Spread the love

ବାଙ୍କୀ: ଆଜି ବାଙ୍କୀ ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣି ଚାଲିଥିବା ସମୟରେ ଜଣେ ବିଧବା ମହିଳା ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ମହିଳା ବୈଦେଶ୍ଵର ଗାଁର ସସ୍ମିତା ମାଝୀ ବୋଲି ପରିଚୟ ମିଳିଛି। ସେ ଦୀର୍ଘ ଦିନ ଧରି ନିଜ ସ୍ୱାମୀଙ୍କ ମୃତ୍ୟୁ ପରେ ପରିବାର ଭତ୍ତା ପ୍ରାପ୍ୟ ୨୦ ହଜାର ଟଙ୍କା ପାଇବା ଲାଗି ବାରମ୍ବାର ବ୍ଲକ ସାମାଜିକ ସୁରକ୍ଷା ଅଧିକାରିଣୀ ସସ୍ମିତା ସେଠୀଙ୍କ ନିକଟରେ ଅଭିଯୋଗ କରି ଆସୁଥିଲେ।ମାତ୍ର ଲିଗାଲ ହେୟାର ସାର୍ଟିଫିକେଟରେ ତ୍ରୁଟି ରହିଥିବା ଦର୍ଶାଇ ବ୍ଲକ ସାମାଜିକ ସୁରକ୍ଷା ଅଧିକାରିଣୀ ତାଙ୍କୁ ଫେରାଇ ଦେଉଥିଲେ।

ତେଣୁ ସେ ଆଜି ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଚାଲିଥିବା ସମୟରେ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହୁତି ଉଦ୍ୟମ କରିଥିଲେ। ମାତ୍ର ସେଠାରେ ଉପସ୍ଥିତ ଥିବା ପୋଲିସ ତାଙ୍କଠାରୁ ପେଟ୍ରୋଲ ବୋତଲ ଛଡାଇ ନେବା ସହ ସୁରକ୍ଷିତ ଭାବରେ ଉଦ୍ଧାର କରିଥିଲେ। ଯଦି ଆଗାମୀ ଦିନରେ ତାଙ୍କ ସମସ୍ୟାର ସମାଧାନ ନହୁଏ, ତେବେ ସେ ପୁନର୍ବାର ଆତ୍ମାହୁତି ଦେବେ ବୋଲି ସସ୍ମିତା କହିଛନ୍ତି।

Leave a Reply

Your email address will not be published. Required fields are marked *