ଭୁବନେଶ୍ବର: ରାଜ୍ୟରେ ନକ୍ସଲ ବିରୋଧୀ ଅଭିଯାନରେ ଓଡିଶା ପୁଲିସକୁ ଆଜି ଐତିହାସିକ ସଫଳତା ମିଳିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ବଲାଙ୍ଗୀର ଓ ବରଗଡ ଜିଲ୍ଲାକୁ ନକ୍ସଲ ମୁକ୍ତ ଜିଲ୍ଲା ଭାବେ ଘୋଷଣା କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଆଜି ଛତିଶଗଡ଼ର ମହାସମୁନ୍ଦ ଜିଲ୍ଲାରେ ୧୫ ଜଣ ମାଓବାଦୀ ଅସ୍ତ୍ର ତ୍ୟାଗ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି। ଏହି ମାଓବାଦୀମାନେ ବରଗଡ–ବଲାଙ୍ଗୀର–ମହାସମୁନ୍ଦ ଡିଭିଜନରେ ସକ୍ରିୟ ଥିଲେ। ଯାହା ଫଳରେ, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାକୁ ସମ୍ପୂର୍ଣ୍ଣ ନକ୍ସଲମୁକ୍ତ ଘୋଷଣା କରାଯାଇଛି।