ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ପାଟଲ୍ ଗ୍ରାମରେ ଅଘଟଣ । ୧୧ କେଭି ତାର ସଂସ୍ପର୍ଶରେ ଆସି ୩ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ ବାଲିମି ଥାନା ପାଟଲ୍ ଗ୍ରାମର ସୁଧାକର ସାହୁ (୩୨), ଲକ୍ଷ୍ମୀଧର ସାହୁ(୨୪) ଏବଂ ମୋଟଙ୍ଗା ଥାନା ବିଡ଼ ଗ୍ରାମର ମିଲନ ମହାଳିକ (୩୪) । ଗୁରୁତର ଦୁଇ ଜଣ ହେଲେ ପାଟଲ୍ ଗ୍ରାମର ପ୍ରଫୁଲ୍ଲ ତରାଇ (୫୦) ଓ ନିର୍ମଳ ସାହୁ ।
ଦଣ୍ଡନାଚ ପାଇଁ ଟେଣ୍ଟ ପ୍ରସ୍ତୁତ କରୁଥିବାବେଳ ଏଭଳି ଅଘଟଣ ଘଟିଥିଲା । ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। କିନ୍ତୁ ଚିକିତ୍ସାଳୟରେ ଡାକ୍ତର ତିନିଜଣଙ୍କୁ ମୃତ ଘୋଷଣା କରିଥିଲେ ।