ବିହାର : ବିହାରରେ ଶେଷ ହେଲା ବଡ଼ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତିଶ କୁମାର। ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଅର୍ଲେକରଙ୍କୁ ନିଜର ଇସ୍ତଫା ପତ୍ର ଦେଇଛନ୍ତି । ନୀତିଶ କୁମାର ନିକଟରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ଗତ୧୧ ତାରିଖରେ ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କରିଥିଲେ ।
ସାମ୍ବିଧାନିକ ବ୍ୟବସ୍ଥା ଅନୁସାରେ ଜଣେ ବ୍ୟକ୍ତି ଏକାସାଙ୍ଗରେ ବିଧାନ ପରିଷଦ ଓ ସଂସଦର ରହିପାରିବେ ନାହିଁ। ତେଣୁ ନୀତିଶ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ବିହାରର ସବୁଠୁ ଅଧିକ ଦିନ ଧରି ମୁଖ୍ୟମନ୍ତ୍ରୀ ରହିବାର ରେକର୍ଡ ନୀତିଶଙ୍କ ନାଁରେ ରହିଛି । ପ୍ରାୟ ଦୁଇ ଦଶନ୍ଧି ଧରି ବିହାରର ମଙ୍ଗ ଧରିଥିବା ନୀତିଶ କୁମାର ୧୦ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ଦେଶରେ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି ନୀତିଶ । ନୀତିଶଙ୍କ ଇସ୍ତଫା ପରେ ଏବେ ବିହାରରେ ବିଜେପି ନେତୃତ୍ୱରେ ନୂଆ NDA ସରକାର ଗଠନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ସମ୍ରାଟ ଚୌଧୁରୀ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ଜୋର ଧରିଛି । ଆସନ୍ତାକାଲି ରାଜଭବନରେ ନୂଆ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାର ସମ୍ଭାବନା ରହିଛି ।