ଭୁବନେଶ୍ୱର : ଏବେଠୁ ଡ଼ରାଇଲାଣି ଗରମ । ଅଧିକାଂଶ ସ୍ଥାନରେ ପାରଦ 40 ଛୁଇଁଲାଣି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କ ରିପୋର୍ଟ ଆଧାରରେ ହେବ ସ୍କୁଲ ଛୁଟି । ଏମିତି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଯେଉଁ ଜିଲ୍ଲାଗୁଡିକରେ ଅସହ୍ୟ ଗରମ ହେଉଛି, ସେହିସବୁ ଜିଲ୍ଲା ଗୁଡିକର ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ସ୍କୁଲ ଛୁଟି ହେବା ନେଇ ନିଷ୍ପତି ନିଆଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀଙ୍କ ।
ପ୍ରଥମେ ପିଲାମାନଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବ । ପଶ୍ଚିମ ଓଡିଶାରେ କିଛି ଜିଲ୍ଲାରେ ଅତ୍ୟଧିକ ଗରମ ନେଇ ସୂଚନା ରହିଛି । ତାହାକୁ ମଧ୍ୟ ବିଚାରକୁ ନେଇଛି ବିଭାଗ । ସେହି ଜିଲ୍ଲାଗୁଡିକର ଜିଲ୍ଲାପାଳମାନେ ରିପୋର୍ଟ ଦେଲେ ବିଭାଗ ନିଷ୍ପତି ନେବ । ଏସଆରସି ହିଟ ୱେଭକୁ ନେଇ ବୈଠକ ଡାକି ସମୀକ୍ଷା କରିବା ପରେ ହିଁ ଖରା ଛୁଟି ପାଇଁ ନିଷ୍ପତି ନିଆଯିବ । ତେଣୁ ଏସଆରସିଙ୍କ ମିଟିଂ ପରେ ହିଁ ସ୍କୁଲ ଛୁଟି ନିଷ୍ପତି ନିଆଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।