ଭୁବନେଶ୍ୱର : ଅସହ୍ୟ ଖରାକୁ ଦେଖି ଛୁଟି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା କରାଯାଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଭୟଙ୍କର ହିଟ୍ ୱେଭକୁ ଦେଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷାଧିକାରୀ ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ପରିସ୍ଥିତିକୁ ନଜରରେ ରଖି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ । ତେବେ ପୂର୍ବରୁ ଧାର୍ଯ୍ୟ ହୋଇଥିବା ପରୀକ୍ଷା ଜାରି ରହିବ । ଏଥିସହ ଶିକ୍ଷକ ଶିକ୍ଷୟିତ୍ରୀ ବିଦ୍ୟାଳୟ ଓ ଜନଗଣନା କାର୍ଯ୍ୟରେ ସାମିଲ ହେବେ ।
ଅନ୍ୟପଟେ ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ୪୦ ଡିଗ୍ରୀ ଉପରେ ରହିଛି ଅଧା ଓଡ଼ିଶା । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅସହ୍ୟ ତାତି। ଆସନ୍ତା ୨୩ ତାରିଖ ଯାଏଁ ଲାଗି ରହିବ ତାତିର ପ୍ରଭାବ। ଆଭ୍ୟନ୍ତରୀଣ ଓଡ଼ିଶାରେ ୩୮ ରୁ ୪୦ ଡିଗ୍ରୀ ଟପିପାରେ ତାତି। ୨ରୁ ୩ ଡିଗ୍ରୀ ବଢ଼ିପାରେ ଦିନ ତାପମାତ୍ରା । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ।