କାମାକ୍ଷାନଗର: ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ । ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁରହିଥିବା ବେଳେ କାମାକ୍ଷାନଗରରେ ଜନଗଣନା କରିବାକୁ ଯାଇଥିବା କର୍ମଚାରୀଙ୍କୁ ମରଣାତ୍ମକ ଆକ୍ରମଣ ଅଭିଯୋଗ । ଆକ୍ରମଣରେ ୪ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ଜଣ ମହିଳା କର୍ମଚାରୀ ଅଛିନ୍ତି। ସେମାନଙ୍କ ମୁହଁରେ ଗଭୀର ଆଘାତ ଲାଗିଛି । କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଆଟାକ ହୋଇଛି ।
କର୍ମଚାରୀଙ୍କୁ ମାଡ଼ ମାରିବା ସହ ଜନଗଣନା କରୁଥିବା ଦିଦିଙ୍କ ଗାଡି ଭାଙ୍ଗି ଦେଇଛନ୍ତି ସମ୍ପୃକ୍ତ ବ୍ୟକ୍ତି ଓ ତାଙ୍କ ଦୁଇ ପୁଅ l ଏହା ସହ ପଥର ଧରି ମାରିବାକୁ ଗୋଡାଇଥିବା ଅଭିଯୋଗ ହୋଇଛି । ଖବର ପାଇ କାମାକ୍ଷାନଗର ଉପଜିଲ୍ଲାପାଳ, ତହସିଲଦାର, ଏସଡିପିଓ ଓ ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିଥିଲେ । ପୋଲିସ ଆକ୍ରମଣକାରୀଙ୍କୁ ଅଟକ ରଖି ତଦନ୍ତ କରୁଛନ୍ତି ।