Spread the love

ନୟାଗଡ : ରାସ୍ତାକଡକୁ ଓଲଟିଲା ଯାତ୍ରୀବାହୀ ବସ୍ । ୨୦ରୁ ଅଧିକ ଆହତ ହୋଇଛନ୍ତି । ନୟାଗଡ ଖଣ୍ଡପଡା ରାସ୍ତାର ଖେଡପଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗାଡିଟି ରାକମାରୁ ନୟାଗଡ଼ ଆସୁଥିଲା । ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବେବୀ ନାମକ ଏକ ଘରୋଇ ବସ୍ ରାକମାରୁ ନୟାଗଡ଼ ଆସୁଥିଲା । ହେଲେ ନୟାଗଡ଼ ଖଣ୍ଡପଡ଼ା ରାସ୍ତାରେ ଖେଡ଼ପଡ଼ା ନିକଟରେ ଯାତ୍ରୀବାହୀ ବସଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା ।

ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଏବଂ ଲୋକ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲେ । ଏହାପରେ ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଛନ୍ତି । ଆହତଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ଛାଡ଼ି ଦେଇଥିବା ସୂଚନା ମିଳିଛି । ବାକି କିଛି ଯାତ୍ରୀଙ୍କର ମେଡିକାଲରେ ଚାଲିଛି ଚିକିତ୍ସା ।

Leave a Reply

Your email address will not be published. Required fields are marked *