ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ ସ୍ବଳ୍ପ ଧରଣର ବର୍ଷା ମଧ୍ୟ ହେଉଛି। ଆସନ୍ତା ୧୨ ତାରିଖରେ ରାଜ୍ୟରେ ପୁଣି ବର୍ଷା ବଢ଼ିପାରେ। । ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ବର୍ଷା ହେବ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହା କହିଛନ୍ତି । ୯ରୁ ୧୨ ତାରିଖ ଯାଏ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ । ୯ ତାରିଖରେ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ ।