ବ୍ରହ୍ମପୁର: ବ୍ରହ୍ମପୁର ସହରରୁ ଆସିଛି ଏକ ଚାଞ୍ଚଲ୍ୟକର ଘଟଣା । ଲୋଚାପଡ଼ା ଅଞ୍ଚଳର ବାସୁଦେବନଗରରେ ଜଣେ ମହିଳା ନିଜ ଦେହରେ ପେଟ୍ରୋଲ ଢାଳି ଜୀବନ ହାରିବା ଉଦ୍ୟମ କରିଥିବା ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ଏହି ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି । ତାଙ୍କ ଶରୀରର ୬୦ ପ୍ରତିଶତ ପୋଡ଼ିଯାଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା ।
ପାରିବାରିକ କଳହରୁ ଏହା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । ସେ ସ୍ୱାମୀଙ୍କ ଠାରୁ ଅଲଗା ରହୁଥିବା ବେଳେ ଆଜି ସକାଳୁ ସ୍ୱାମୀଙ୍କ ପାଖକୁ ଯାଇଥିଲେ। ସେଠାରେ ସେ ନିଜେ ପେଟ୍ରୋଲ ଢାଳି ଜୀବନ ହାରିଛନ୍ତି ନା ତାଙ୍କୁ କେହି ହତ୍ୟା କରିବାକୁ ଉଦ୍ୟମ କରିଥିଲେ ତାହା ଜଣାପଡ଼ିନି। ଗୁରୁତର ମହିଳାଙ୍କୁ ଭୁବନେଶ୍ୱର AIIMSକୁ ସ୍ଥାନାନ୍ତରିତ କରାଯାଇଛି। ଘଟଣାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ ଘଟଣା ସମ୍ପର୍କରେ ପରିବାର ସଦସ୍ୟ ଓ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପଚରାଉଚରା କରାଯାଉଛି ।