Spread the love

ଖୋର୍ଦ୍ଧା : ଖୋର୍ଦ୍ଧା ଗଙ୍ଗପଡା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସ୍କୁଟରକୁ ଧକ୍କା ଦେଲା ହାଇୱା । ଦୁର୍ଘଟଣା ଫଳରେ ସ୍କୁଟରରେ ଯାଉଥିବା ବାପା ଏବଂ ଝିଅଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାସ୍ଥଳରେ ସ୍ଥାନୀୟ ଲୋକ ୧୬ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି ।

ସେପଟେ ଏହି ଦୁଃଖଦ ଦୁର୍ଘଟଣାରେ ଦୁଇ ଜଣଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF)ରୁ ₹୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *