Spread the love

ନରସିଂହପୁର: ମା ଭଟ୍ଟାରିକାଙ୍କ ପୀଠରେ ଚଳିତ ବର୍ଷର ଦ୍ୱିତୀୟ ଥର ପାଇଁ ବନ୍ୟା ଜଳ ମା’ଙ୍କ ବେଢା ଛୁଇଁଛି । କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା ଭଟ୍ଟାରିକାଙ୍କ ମନ୍ଦିର ଛୁଇଁଲା ମହାନଦୀ ବନ୍ୟାଜଳ । ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢିବାରୁ ଗେଟ୍ ଖୋଲାଯାଇଛି । ଦୁଇ ଦିନର ଲଗାଣ ବର୍ଷା ଯୋଗୁ ମନ୍ଦିର ବେଢ଼ାରେ ବନ୍ୟାଜଳ ପ୍ରବେଶ କରିଛି। ମହାନଦୀର ବନ୍ୟାଜଳ ଯଦିଓ ମାଙ୍କ ମନ୍ଦିର ଛୁଇଁଛି ତଥାପି ମାଙ୍କୁ ଜଳାସାୟୀ କରିପାରିନି। ମା’ ଙ୍କୁ ଜଳାଶାୟୀ କରିବାକୁ ହେଲେ ଆହୁରି କିଛି ସମୟ ଲାଗିବ ବୋଲି ଅନୁମାନ କରାଯାଉଛି। ଯଦି ମନ୍ଦିରରେ ବନ୍ୟାଜଳ ପ୍ରବେଶ କରେ ତେବେ ମା’ଙ୍କ ମନ୍ଦିର ପାଖରେ ଥିବା ରୋଷ ଘରକୁ ମାଙ୍କୁ ସ୍ଥାନାନ୍ତର କରାଯିବ। ସେଥିପାଇଁ ମା’ଙ୍କ ସେବାୟତ ସଜାଗ ଥିବାବେଳେ ବଡମ୍ବା ଦେବୋତ୍ତର ବିଭାଗ ମଧ୍ୟ ସଜାଗ ରହିଛି। ମନ୍ଦିରରେ ମାଆଙ୍କର ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନଘଟେ ସେଥିପ୍ରତି ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Leave a Reply

Your email address will not be published. Required fields are marked *