ଭୁବନେଶ୍ୱର: ଓଡ଼ିଶା କୃଷି ଓ ଯାନ୍ତ୍ରିକ ବିଶ୍ୱବିଦ୍ୟାଳୟ (OUAT)ରେ ଉଚ୍ଚଶିକ୍ଷା ଗ୍ରହଣ କରୁଥିବା ପିଜି (Postgraduate) ଓ ପିଏଚ୍ଡି ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। କୃଷି ଉଚ୍ଚଶିକ୍ଷା ଓ ଗବେଷଣାକୁ ଅଧିକ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଓଡ଼ିଶା କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ରେ କୃଷି ଓ ଆନୁଷଙ୍ଗିକ ବିଷୟରେ ସ୍ନାତକୋତ୍ତର (ପିଜି) ଏବଂ ପିଏଚ୍ଡି ପାଠ୍ୟକ୍ରମରେ ଅଧ୍ୟୟନରତ ଯୋଗ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ମାସିକ ଭତ୍ତା ପ୍ରଦାନକୁ ଅନୁମୋଦନ କରାଯାଇଛି।