ଭୁବନେଶ୍ୱର: ପୋଲିସ ବାବୁଙ୍କ ପାଇଁ କଡ଼ା ନିର୍ଦ୍ଦେଶ। ଏଣିକି ଥାନାରେ ଇଭି ଗାଡି ଚାର୍ଜିଂ କରିପାରିବେ ନାହିଁ। ଥାନାରେ ବିଦ୍ୟୁତ ବ୍ୟବହାର ଉପରେ ଲାଗିଲା କଟକଣା। ଓଡ଼ିଶା ପୋଲିସ ପକ୍ଷରୁ ଅଫିସ୍ ପରିସରରେ ବିଦ୍ୟୁତ ବ୍ୟବହାରକୁ ନେଇ କଡ଼ା ନିର୍ଦ୍ଦେଶ ଜାରି କରାଯାଇଛି। ଓଡ଼ିଶା ପୋଲିସ ମୁଖ୍ୟାଳୟ ପକ୍ଷରୁ ରାଜ୍ୟର ସମସ୍ତ ପୋଲିସ ଜିଲ୍ଲା, ରେଞ୍ଜ, ପ୍ରତିଷ୍ଠାନ ଏବଂ ବାଟାଲିୟନକୁ ବିଦ୍ୟୁତ୍ ଶକ୍ତିର ଅପବ୍ୟବହାର ରୋକିବା ପାଇଁ ଏହି କଡ଼ା ନିର୍ଦ୍ଦେଶନାମା ଜାରି କରାଯାଇଛି।