ଗୌହାଟି: ଆସାମରେ ବନ୍ୟା ପରିସ୍ଥିତି ଗମ୍ଭୀର ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଦୁଇଜଣଙ୍କ ମୃତ୍ୟୁ ହେବା ସହିତ ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି।
ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ରିପୋର୍ଟ କରିଛନ୍ତି ଯେ ଗତ ୨୪ ଘଣ୍ଟା ମଧ୍ୟରେ ଗୋଲାଘାଟ ଏବଂ କାର୍ବି ଆଙ୍ଗଲଙ୍ଗ ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତି ବନ୍ୟା ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଚରାଇଦେଓ, ଦାରାଙ୍ଗ, ଗୋଲାଘାଟ, ଜୋରହାଟ, କାର୍ବି ଆଙ୍ଗଲଙ୍ଗ, ନାଗାଓଁ ଏବଂ ଶିବସାଗର ଜିଲ୍ଲାରେ ୧୩୭,୫୦୦ରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି।