ଭୁବନେଶ୍ୱର : ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ପଛକୁ ପଛ ଆସୁଛି ୨ଟି ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ୧୦ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେଇପାରେ। ପ୍ରଭାବରେ ୯ ତାରିଖରୁ ଉତ୍ତରଓଡ଼ିଶା ଓ ଉତ୍ତର ଉପକୂଳବର୍ତ୍ତି ଓଡ଼ିଶାରେ ବର୍ଷାର ପ୍ରଭାବ ବଢ଼ିବ । ସେହିପରି ୧୭ରୁ ୨୦ ତାରିଖ ଭିତରେ ବଂଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଅନ୍ୟପଟେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୧୦ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଏବଂ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଛି ।