ପଣଜୀ: କନିଷ୍ଠ ସହଯୋଗୀଙ୍କୁ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବ ତରୁଣ ତେଜପାଲ ଗୋଆର ଏକ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ବମ୍ବେ ହାଇକୋର୍ଟ ତାଙ୍କୁ ଏହି ମାମଲାରେ ୧୦ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଥିଲେ। ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ତେଜପାଲ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ ମାମଲାର ଶୁଣାଣି ସମୟରେ ସର୍ବୋଚ୍ଚ ଅଦାଲତ ତାଙ୍କୁ ଦୁଇ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ତେଜପାଲ ଗୋଆ କୋର୍ଟରେ ହାଜର ହୋଇ ଆତ୍ମସମର୍ପଣ କରିଛନ୍ତି। ଏହା ପରେ ତାଙ୍କୁ ଜେଲ୍ ପଠାଯିବା ପ୍ରକ୍ରିୟା ଆରମ୍ଭ ହୋଇଛି। ମାମଲାଟି ଦେଶରେ ଦୀର୍ଘ ସମୟ ଧରି ଚର୍ଚ୍ଚାରେ ରହିଆସିଛି।