ସୁନ୍ଦରଗଡ଼: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଅଗ୍ନିକାଣ୍ଡ । ସୁନ୍ଦରଗଡ଼ ସହରର ପୋଷ୍ଟ ଅଫିସ ସମ୍ମୁଖରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଆଜି ସକାଳେ ଅଗ୍ନିକାଣ୍ଡ ଘଟିଛି । ପ୍ରାୟ ସକାଳ ୯ଟାରୁ ୯ଟା ୩୦ ମଧ୍ୟରେ ବ୍ୟାଙ୍କ ଭିତରୁ ଧୂଆଁ ବାହାରୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା ।
ଖବର ପାଇ ତୁରନ୍ତ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ କର୍ମଚାରୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ । ଅଗ୍ନିଶମ ବାହିନୀର ଉଦ୍ୟମରେ ନିଆଁକୁ ଆୟତ୍ତ କରାଯାଇଛି । ପ୍ରାଥମିକ ଭାବେ ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି । ଅଗ୍ନିକାଣ୍ଡ ଯୋଗୁଁ ବ୍ୟାଙ୍କର ବିଭିନ୍ନ ସାମଗ୍ରୀ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି । କେତେ ପରିମାଣର କ୍ଷୟକ୍ଷତି ହୋଇଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।