Spread the love

କଟକ: ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ପାଇଁ କଟକ ସହରରେ ବ୍ୟାପକ ପୁଲିସ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂଜା ସମୟରେ ସହରରେ ମୋଟ ୬୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ। ଏନେଇ କଟକ ଡିସିପି ରିଷିକେଶ ଖିଲାରୀ ସୂଚନା ଦେଇଛନ୍ତି।ପୂଜା ସମୟରେ ଆଇନଶୃଙ୍ଖଳା ରକ୍ଷା, ଭିଡ଼ ନିୟନ୍ତ୍ରଣ ଏବଂ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯିବ। ଏଥିପାଇଁ ୫୦୦ରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀଙ୍କ ସହ ୬ ପ୍ଲାଟୁନ ସିଏପିଏଫ୍‌ ଯବାନ ମଧ୍ୟ ମୁତୟନ ରହିବେ।

ସହରର ସମ୍ବେଦନଶୀଳ ସ୍ଥାନଗୁଡ଼ିକ ଉପରେ ସ୍ୱତନ୍ତ୍ର ନଜର ରଖାଯିବ| ଏଥିସହ ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ଏବଂ ଆବଶ୍ୟକ ସମୟରେ ତ୍ୱରିତ ପଦକ୍ଷେପ ନେବା ପାଇଁ ସମ୍ବେଦନଶୀଳ ଅଞ୍ଚଳରେ ସ୍ପେଶାଲ୍ ଟିମ୍‌ ମୁତୟନ କରାଯିବ।ଅନ୍ୟପକ୍ଷରେ, ସହରର ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ୧୩୦୦ଟି ସିସିଟିଭି କ୍ୟାମେରା ମାଧ୍ୟମରେ ବିଭିନ୍ନ ସ୍ଥାନ ଉପରେ ନଜର ରଖାଯିବ। ପୁଲିସ ପକ୍ଷରୁ ନିଆଯାଇଥିବା ଏହି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଦ୍ୱାରା ଦୁର୍ଗାପୂଜା ସମୟରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ସହ ଶ୍ରଦ୍ଧାଳୁଙ୍କ ଯାତାୟାତକୁ ସୁଗମ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।

Leave a Reply

Your email address will not be published. Required fields are marked *