Spread the love

ଭୁବନେଶ୍ବର : ଅସମ୍ଭାଳ ହେଲାଣି ଓଡ଼ିଶାର ତାତି। ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଲାଣି ଜୀବନ ଯାତ୍ରା। ଏବେ କିନ୍ତୁ ପାଣିପାଗକୁ ନେଇ ଆସିଛି ଖୁସି ଖବର। ଗୁଳୁଗୁଳିରୁ ମିଳିବ ସାମାନ୍ୟ ଆସ୍ୱସ୍ତି। କାରଣ କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

 

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ ଅନୁସାରେ ପଶ୍ଚିମା-ଝଡ଼ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୮ ତାରିଖ ସକାଳ ସାଢ଼େ ୮ଟାରୁ ୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ବରଗଡ଼, କନ୍ଧମାଳ, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *