Spread the love

ଭୁବନେଶ୍ବର: କେନ୍ଦ୍ର ଗୃହ ଓ ସହକାରିତାମନ୍ତ୍ରୀ ଅମିତ ଶାହ ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନ ମଣ୍ଡଳୀ ସାଆଁଳପୁରରେ ଏକ ସାଧାରଣ ସଭା କରିବେ। ଏନେଇ ବିଜେପି ନେତ୍ରୀ ଡକ୍ଟର ଲେଖାଶ୍ରୀ ସାମନ୍ତସିଂହାର ସୂଚନା ଦେଇଛନ୍ତି।
ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଲେଖାଶ୍ରୀ କହିଛନ୍ତି, ମାର୍ଚ୍ଚ ୨୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସିବେ। ପ୍ରଥମେ ଭଦ୍ରକ ଜିଲ୍ଲା ଆରଡ଼ିଠାରେ ବାବା ଆଖଣ୍ଡଳମଣିଙ୍କ ଦର୍ଶନ କରିବେ କେନ୍ଦ୍ର ଗୃହ ମନ୍ତ୍ରୀ। ଏହାପରେ ଧାମନଗର ବିଧାନସବା ନିର୍ବାଚନମଣ୍ଡଳୀର ସାଆଁଳପୁର ପଡ଼ିଆରେ ସେ ବିରାଟ ସାଧାରଣ ସଭା କରିବା ସହିତ ସେଠାରେ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ। ସେଠାରେ ବିଜେପିର କର୍ମୀମାନଙ୍କୁ ଭେଟିବା ସହିତ ସେମାନଙ୍କୁ ଗୁରୁମନ୍ତ୍ର ଦେବେ ଗୃହମନ୍ତ୍ରୀ।

ଏହାପରେ ଭୁବନେଶ୍ବର ଆସି ଶ୍ରୀ ଶାହ ଦଳର ବରିଷ୍ଠ ନେତୃବୃନ୍ଦ, ସମସ୍ତ ପଦାଧିକାରୀ, ସାଂସଦ ଓ ବିଧାୟକଙ୍କୁ ନେଇ ବୈଠକ କରିବାର କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି। ସେହି ଦିନ ସେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *