Spread the love

ଭୁବନେଶ୍ୱର: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ଦେହାନ୍ତ ହୋଇଯାଇଛି। ଆଜି ଭୋର ସମୟରେ ତାଙ୍କର ପରଲୋକ ହୋଇଥିବା ଜଣାପଡ଼ିଛି। ସେ ଯକୃତ ରୋଗରେ ପୀଡ଼ିତ ଥିଲେ। ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ରବିବାର ଭୋର ସମୟରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସେ ୧୯୪୮ ମସିହାରେ ଝାରସୁଗୁଡ଼ାର ପୁରୁଣାବସ୍ତିରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ଦୁଇ ପୁଅ ଓ ଗୋଟିଏ ଝିଅ ଅଛନ୍ତି।
ସେ ଝାରସୁଗୁଡ଼ାରୁ କଂଗ୍ରେସ ଟିକେଟରେ ୩ ଥର ନିର୍ବାଚନ ଜିତିଥିଲେ। ସେ ୧୯୮୦, ୧୯୮୫ ଓ ୧୯୯୫ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାଛଡ଼ା ବୀରେନ୍ଦ୍ର ପାଣ୍ଡେ ଝାରସୁଗୁଡ଼ାର ପୌରପାଳ ଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ। ସେ ଝାରସୁଗୁଡ଼ା ଜିଲ୍ଲା କଂଗ୍ରେସର ସଭାପତି ଭାବେ ମଧ୍ୟ ଦାୟିତ୍ବ ବହନ କରିଥିଲେ।

Leave a Reply

Your email address will not be published. Required fields are marked *