Spread the love

ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଝଟକା। ୨୦୧୯ ସାଧାରଣ ନିର୍ବାଚନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏଥି ସହିତ ରାହୁଲଙ୍କୁ ୨ ବର୍ଷର ଜେଲ ଦଣ୍ଡାଦେଶ ହୋଇଛି । ତେବେ ରାହୁଲ କୋର୍ଟରେ କହିଛନ୍ତି, ମୋ ବିବୃତ୍ତିରେ କାହାରି କିଛି କ୍ଷତି ହୋଇ ନାହିଁ। ଦଣ୍ଡ ହ୍ରାସ କରିବାକୁ ସେ କୋର୍ଟରେ ଆବେଦନ କରିଛନ୍ତି। ଆଇପିସିର ଧାରା ୪୯୯, ୫୦୦ ଅନୁଯାୟୀ ରାହୁଲ ଗାନ୍ଧିଙ୍କ ବିରୋଧରେ ଏକ ଅପରାଧ ପଞ୍ଜିକୃତ ହୋଇଛି। ଏହି ମାମଲାରେ ସେ ତୃତୀୟ ଥର ପାଇଁ କୋର୍ଟରେ ହାଜର ହୋଇଥିଲେ। ମୁଖ୍ୟ ଜୁଡିସିଆଲ ମାଜିଷ୍ଟ୍ରେଟ ଏଚ ଏଚ ବର୍ମାଙ୍କ କୋର୍ଟ ଗତ ସପ୍ତାହରେ ଉଭୟ ପକ୍ଷର ଯୁକ୍ତି ଶୁଣାଣି କରି ମାର୍ଚ୍ଚ ୨୩ କୁ ରାୟ ଘୋଷଣା ତାରିଖ ଭାବରେ ସ୍ଥିର କରିଥିଲେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରନେମ ବା ଉପନାମକୁ ନେଇ ରାହୁଲ ଗାନ୍ଧି ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହାକୁ ନେଇ ବିଜେପି ନେତା କୋର୍ଟରେ ଦ୍ୱାରସ୍ଥ ହୋଇଥିବା ବେଳେ ସୁରତ ଜିଲ୍ଲା କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ସମୟରେ ବିଜେପି ବିଧାୟକ ତଥା ତତ୍କାଳୀନ ଗୁଜରାଟର ମନ୍ତ୍ରୀ ପୁର୍ଣ୍ଣେସ ମୋଦି ଏକ ମାମଲା ରୁଜୁ କରିଥିଲେ ।
ଏହାକୁ ନେଇ ଅପରାଧିକ ମାନହାନି ମାମଲା ରୁଜୁ ହୋଇଥିଲା ମାମଲାର ଶୁଣାଣି କରି ସୁରତ ଜିଲ୍ଲା ନ୍ୟାୟାଳୟ ରାହୁଲ ଗାନ୍ଧି ଦୋଷୀ ବୋଲି ରାୟ ଦେଇଛନ୍ତି । ସବୁ ‘ମୋଦି’ ଚୋର ବୋଲି ମନ୍ତବ୍ୟ ଦେଇଥିଲେ ରାହୁଲ ଗାନ୍ଧି ।
ସମସ୍ତଙ୍କ ସରନେମ ଥିବା ମୋଦି ଚୋର ବୋଲି କହିଥିଲେ ରାହୁଲ ଗାନ୍ଧି। ୨୦୧୯ ଲୋକସଭା ନିର୍ବାଚନ ବେଳେ କର୍ଣ୍ଣାଟକର କୋଲାରରେ ଏକ ରାଲିରେ ପ୍ରଚାର ବେଳେ ରାହଲ ଗାନ୍ଧି ଏଭଳି ବିବାଦୀୟ ବୟାନ ଦେଇଥିଲେ। ଯାହା ସମଗ୍ର ମୋଦି ସମ୍ପ୍ରଦାୟଙ୍କ ପ୍ରତି ଅପମାନଜନକ ଥିଲା ବୋଲି ଅଭିଯୋଗରେ ଦର୍ଶାଯାଇଥିଲା।

Leave a Reply

Your email address will not be published. Required fields are marked *