Spread the love

ଭୁବନେଶ୍ବର : ଓଡ଼ିଶାକୁ ଆସୁଛି ପୁଣି ଏକ ପଶ୍ଚିମା ଝଡ଼। ବୁଧବାରଠାରୁ ଆରମ୍ଭ ହେଉଥିବା ପଶ୍ଚିମା ଝଡ଼ ଶୁକ୍ରବାର ସର୍ବାଧିକ ପ୍ରଭାବ ଦେଖାଇବ। ଝଡ଼-ପବନ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଜୁଳି ଘଡଘଡି ମଧ୍ୟ ମାରିବ। ପଶ୍ଚିମା ଝଡ଼ର ପ୍ରଭାବ ୧ ତାରିଖ ପର୍ଯ୍ୟନ୍ତ ଦେଖାଯିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ ଅନୁସାରେ ବୁଧବାର ଅର୍ଥାତ ୨୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ଗଜପତି, ରାୟଗଡ଼ା, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ଘଡଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୨୯ ତାରିଖ ସକାଳ ସାଢ଼େ ୮ଟାରୁ ୩୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୩୦ ତାରିଖ ସକାଳ ସେଢ଼ ୮ଟାରୁ ୩୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୩୧ ତାରିଖ ସକାଳ ସାଢ଼େ ୮ଟାରୁ ଏପ୍ରିଲ୍‌ ୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଯାଜପୁର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ସହିତ ବଜ୍ରପାତ ହୋଇପାରେ। ଏଥିସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *