Spread the love

ନୂଆଦିଲ୍ଲୀ: ୫ ମାସ ପରେ ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨,୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୦୦ରୁ ଅଧିକ ହୋଇଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୫୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
ଉଲ୍ଲେଖଯୋଗ୍ୟ, ଗତବର୍ଷ ଅକ୍ଟୋବର ୨୮ ତାରିଖ ଦିନ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୨,୨୦୮ ହୋଇଥିବା ରେକର୍ଡ କରାଯାଇଥିଲା।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୧୫୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୦୯,୬୭୬ରେ ପହଞ୍ଚିଛି।
ଗତ ୨୪ ‌ଘଣ୍ଟାରେ ୭ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୪୮କୁ ବୃଦ୍ଧି ପାଇଛି। ଆଜି ମହାରାଷ୍ଟ୍ର ୩ଟି ଓ କର୍ଣ୍ଣାଟକ ୧ଟି ମୃତ୍ୟୁ ରିପୋର୍ଟ କରିଥିବା ବେଳେ ପିଛିଲା ଭାବେ କେରଳ ୩ଟି ମୃତ୍ୟୁ ସାମିଲ କରିଛି।
ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୧.୫୧% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୧.୫୩% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୬୬,୯୨୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୦୦କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୩%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୫,୭୬,୬୯୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୪୨,୪୯୭ଟି ନମୁନା।

Leave a Reply

Your email address will not be published. Required fields are marked *