Spread the love

ଭୁବନେଶ୍ବର : ପଶ୍ଚିମା ଝଡ଼ ପ୍ରଭାବରେ ମଙ୍ଗଳବାର ଦିନ ରାଜ୍ୟର କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଧା ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇଥିଲା। ଆଜି(ବୁଧବାର) ମଧ୍ୟ ଉପକୂଳ ଓଡ଼ିଶାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଢେଙ୍କାନାଳ ଓ ଖୋର୍ଧା ଆଦି ଜିଲ୍ଲାରେ ଝଡ଼ବର୍ଷାର ସମ୍ଭାବନା ରହିଛି। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୯ ତାରିଖରେ ସୃଷ୍ଟି ନୂଆ ଏକ ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାରେ ୩୦ ତାରିଖରୁ ପ୍ରଭାବ‌ ଆରମ୍ଭ ହୋଇଯିବ। ୩୧ ତାରିଖ ଦିନ ପଶ୍ଚିମା ଝଡ଼ର ପ୍ରଭାବ ଓଡ଼ିଶାରେ ଉପରେ ସର୍ବାଧିକ ରହିବ। ଝଡ଼ ପବନ ସହ କିଛି ସ୍ଥାନରେ ପ୍ରବଳ ବର୍ଷିବ।
ପାଣିପାଗ କେନ୍ଦ୍ର କହିଛି, ୩୧ ତାରିଖ ଦିନ ପୂରା ଓଡ଼ିଶାରେ ଝଡ଼ବର୍ଷା ହେବ। ସମଗ୍ର ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ବର୍ଷା ହେବା ସହ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧ ତାରିଖ ଦିନ ମଧ୍ୟ ରାଜ୍ୟରେ ଝଡ଼ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବର୍ଷା ହେବ। ଏଣୁ ଆସନ୍ତା ୩ ଦିନ ନିମନ୍ତେ ଝଡ଼-ପବନ ବର୍ଷା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Leave a Reply

Your email address will not be published. Required fields are marked *