କେନ୍ଦୁଝର: ଡେଲି ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟି ୫୦ରୁ ଅଧିକ ଦୋକାନ ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି। ନିଆଁ ଲାଗିବାର ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାରେ ଲାଗିଛନ୍ତି। ମାର୍କେଟରେ କିପରି ନିଆଁ ଲାଗିଲା ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।