Spread the love

ଭୁବନେଶ୍ବର : ରାଜ୍ୟର ରାଜନୀତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୦ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତି ଓ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପ୍ରସଙ୍ଗରେ ଆଲୋଚନା ହେବ ।

ବିଜେପି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଭୁବନେଶ୍ୱରରେ ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶେଶ୍ୱର ଟୁଡ଼ୁ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟର ଦଳୀୟ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ଯୋଗ ଦେବେ । ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତି ସଫଳତା ସମ୍ପର୍କରେ ରାଜ୍ୟବାସୀଙ୍କୁ ଅବଗତ କରିବା ପାଇଁ ରାଜ୍ୟ ବିଜେପି ପକ୍ଷରୁ ଆସନ୍ତା ମେ’ ୩୦ରୁ ଜୁନ୍ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଏକମାସ ଧରି ଅଭିଯାନ ଚାଲିବ ବୋଲି ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *