Spread the love

ଭୁବନେଶ୍ୱର: ବିଭିନ୍ନ ବୈଷୟିକ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ହୋଇଥିବା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ଶୁକ୍ରବାର ପ୍ରକାଶ ପାଇଛି। ପୂର୍ବାହ୍ନ ୧୧ଟାରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଏହାପରେ ଛାତ୍ରଛାତ୍ରୀ ସେମାନଙ୍କ ପରୀକ୍ଷା ଫଳ ସମ୍ପର୍କରେ ଜାଣିପାରିବେ। ଏସ୍‌ସିଟିଇ ଆଣ୍ଡ ଭିଟି କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ପରୀକ୍ଷା ଫଳ ଉନ୍ମୋଚନ କାର୍ଯ୍ୟକ୍ରମରେ ବିଭାଗୀୟ ସଚିବ ଉଷା ପାଢ଼ୀଙ୍କ ସମେତ ଓଜେଇଇର ଅଧିକାରୀମାନେ ଉପସ୍ଥିତ ରହିଥିଲେ। ଏହି ଅବସରରେ ବିଭିନ୍ନ ୨୩ଟି ବିଭାଗରେ ଟପ୍ପର ହୋଇଥିବା ପରୀକ୍ଷାର୍ଥୀଙ୍କ ନାମ ଘୋଷଣା କରାଯାଇଥିଲା।

ଏଥର ୪୮,୮୧୫ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ମୋଟ୍ ୪୮, ୭୮୩ ଜଣ ରାଙ୍କ ପାଇଛନ୍ତି। ଏମାନେ ୨୩ଟି ବୈଷୟିକ ପାଠ୍ୟକ୍ରମରେ ନାମ ଲେଖାଇପାରିବେ। ଏଥର ବି-ଫାର୍ମାରେ ସୌରଭ କୁମାର ପତି, ମ ଫାର୍ମାରେ ରଶ୍ମୀରଂଜନ ପାଣିଗ୍ରାହୀ, ଏମବିଏରେ ସତ୍ୟଜିତ ସାହୁ, ଏମସିଏରେ ଅପୂର୍ବ ନାୟକ, ସିଭିଲ ଇଂଜିନିୟରିଂରେ ସୁବାସ ପୃଷ୍ଟି, ଇଲେକ୍ଟ୍ରିକାଲ  ଇଂଜିନିୟରିଂରେ ସତ୍ୟଜିତ ମହାନ୍ତି,ବାୟୋଟେକ୍ନୋଲୋଜିରେ ରାହୁଲ ନାୟକ, ପ୍ଲାଷ୍ଟିକ ଇଞ୍ଜିନିୟରିଂରେ ବ୍ୟୋମକେଶ କାମିଲା, ମେକାନିକାଲ ଇଞ୍ଜିନିୟରିଂରେ ସୁମିତ ପରିଡାଟେକ୍ସଟାଇଲ ଇଞ୍ଜିନିୟରିଂରେ ଅଙ୍କିତ ସାମଲ ଓ କେମିକାଲ ଇଂଜିନିୟରିଂରେ ସଂଗ୍ରାମ ପାତ୍ର  ଟପ୍ପର ହୋଇଥିବା ଜଣାଯାଇଛି। ଏହାଛଡ଼ା ଯେଉଁମାନେ ଉପଯୁକ୍ତ ରାଙ୍କ ପାଇ ନଥିବେ, ସେମାନେ ଚାହିଁଲେ ସ୍ପେଶାଲ୍ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ରେ ପୁଣି ଆବେଦନ କରିପାରିବେ। ଏଣେ ନାମଲେଖା ଲାଗି କାଉନସେଲିଂ ଆରମ୍ଭ ହେବ।

ଉଲ୍ଲେଖଯୋଗ୍ୟ, ଗତ ମେ’ ୮ରୁ ୧୫ ପର୍ଯ୍ୟନ୍ତ ଓଜେଇଇ ପରୀକ୍ଷା। ହୋଇଥିଲା। ଗତ ମେ ମାସ ୮ରୁ ୧୫ ତାରିଖ ମଧ୍ୟରେ ରାଜ୍ୟର ୪୪ଟି କେନ୍ଦ୍ର ଓ ରାଜ୍ୟ ବାହାରର ୩ଟି ସହରରେ ୩ଟି ପରୀକ୍ଷା କେନ୍ଦ୍ରରେ ପ୍ରବେଶିକା ପରୀକ୍ଷା ହୋଇଥିଲା । ଏହାସହ ଆସନ୍ତା ୨୬ରୁ ୩୦ ମଧ୍ୟରେ ସ୍ପେଶାଲ ଓଜେଇଇ ହେବ ।

Leave a Reply

Your email address will not be published. Required fields are marked *