Spread the love

ଭୁବନେଶ୍ୱର: ସଂପ୍ରତି ଲଘୁଚାପ ପ୍ରଭାବରେ ତମାମ ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିଛି। ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ମଧ୍ୟ ହେଉଛି। ଏହି କ୍ରମରେ ଆଜି (ସୋମବାର) ବିଳମ୍ବିତ ସନ୍ଧ୍ୟାରୁ ଆସନ୍ତା କାଲି (ମଙ୍ଗଳବାର) ସକାଳ ସୁଦ୍ଧା ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି ଅଞ୍ଚଳରେ ୨-୩ ସେମି ପର୍ଯ୍ୟନ୍ତ ବର୍ଷା ହୋେଇପାରେ। ଫଳରେ ତଳୁଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି। କିଛି ସ୍ଥାନରେ ଜଳବନ୍ଦୀ ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ। ସହରାଞ୍ଚଳରେ ତୀବ୍ର ବର୍ଷା ସମୟରେ ଦୃଶ୍ୟମାନ ଦୂରତା କମିବା ସହ ଟ୍ରାଫିକ ଜନିତ ସମସ୍ୟା ଉପୁଜିପାରେ ଏବଂ କଚ୍ଚା ରାସ୍ତା ପ୍ରଭାବିତ ହେବା ସହ ମାଟିଚାଳ ଘରର କାନ୍ଥ ପଡ଼ିବାର ସମ୍ଭାବନା ରହିଛି। ତେଣୁ, ବର୍ଷା ସମୟରେ ଏସବୁ ଦିଗ ପ୍ରତି ସଚେତନ ରହିବାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *