Spread the love

ଇସ୍‌ଲାମାବାଦ: ପାକିସ୍ତାନରେ ବଡ଼ ଧରଣର ରେଳ ଦୁର୍ଘଟଣା ଘଟିଥିବା ନେଇ ରବିବାର ଖବର ସାମ୍ନାକୁ ଆସିଛି। ପାକିସ୍ତାନୀ ଗଣମାଧ୍ୟମ ସୂଚନା ଅନୁସାରେ, ରାୱଲପିଣ୍ଡିରୁ ଚାଲୁଥିବା ହଜାରା ଏକ୍ସପ୍ରେସର ୧୦ଟି ବଗି ଲାଇନଚ୍ୟୁତ ହୋଇଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୫ ଜଣଙ୍କ ମୃତ୍ୟୁ ଘଟିବା ସହ ୮୦ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ଶହଜାଦପୁର ଓ ନୱାବଶାହ ମଧ୍ୟରେ ଥିବା ସହାରା ରେଳ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି।

ଏହି ଦୁର୍ଘଟଣାରେ ପ୍ରଭାବିତ ଲୋକଙ୍କୁ ନୱାବଶାହ ମେଡିକାଲରେ ଭର୍ତ୍ତି କରାଯାଇଛି। ଟ୍ରେନ ଲାଇନଚ୍ୟୁତ ହେବାର କାରଣ ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ। ଅଧିକାରୀମାନେ ତଦନ୍ତ କରୁଛନ୍ତି।

Leave a Reply

Your email address will not be published. Required fields are marked *