
ଭକ୍ତଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ , ଆନନ୍ଦ ବଜାରରେ ହେଲ୍ପ ଡେସ୍କ ଗଠନ , ଆନନ୍ଦ ବଜାରରେ ସଫେଇ ଓ ସ୍ବଚ୍ଛତା ପ୍ରତି ଗୁରୁତ୍ଵ ଦେବା , ଜରି କାଢି ଶେଡ୍ ର ବ୍ୟବସ୍ଥା ପାଇଁ ସୁଆର ମହାସୁଆର ନିଯୋଗ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ଭଲ ଘିଅ ଅର୍ଥାତ୍ ଓମଫେଡ୍ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ଆଜିର ବୈଠକରେ ଆଲୋଚନା ହୋଇଛି। ଆନନ୍ଦ ବଜାରରେ ଥିବା ଦୁଇଟି ଖଜା ଦୋକାନ ଭାଙ୍ଗି ରାସ୍ତା ବ୍ୟବସ୍ଥା ହେବ। ଗଠିତ ହୋଇଥିବା କୋର୍ କମିଟି ନିଷ୍ପତ୍ତି ନେବା ପରେ ମୁଖ୍ୟ ପ୍ରଶାସକ ଏହାକୁ ଅନୁମୋଦନ କରିବେ। ସେହି ଆଧାରରେ ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳା ଅଣାଯାଇପାରିବ ବୋଲି ସୁଆର ମହାସୁଆର ନିଯୋଗର ସଭାପତି ଓ ସମ୍ପାଦକ କହିଛନ୍ତି। ବିଶେଷ କରି ଆନନ୍ଦବଜାରରେ ଶୃଙ୍ଖଳା ଆଣିବା ପାଇଁ ଅଣସୁପକାର ଓ ଅଣସେବାୟତଙ୍କ ଆନନ୍ଦବଜାର ପ୍ରବେଶ ଉପରେ ରୋକ ଲଗାଯାଇଛି ।