Spread the love

 

wall

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାରେ ଘର ଭୁଶୁଡି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଲଗାଣ ବର୍ଷା ଯୋଗୁଁ କଚ୍ଚା ଘର ଭୁଶୁଡ଼ି ପଡ଼ିଥିଲା। ମୃତକ ହେଲେ ବନିତା ପାରାଭୋଇ। ରୋଷେଇ ଘରେ ଖାଦ୍ୟ ପ୍ରସ୍ତୁତ କରୁଥିବା ବେଳେ ଏହି ଅଘଟଣ ଘଟିଥିଲା।

ମହିଳାଙ୍କୁ ଗ୍ରାମବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଲାଞ୍ଜିଗଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ବିଶାଖାପାଟଣା ମେଡିକାଲକୁ ରେଫର କରିଥିଲେ ମଧ୍ୟ ଆମ୍ବୁଲାନ୍ସରେ ସ୍ଥାନାନ୍ତର ବେଳେ ତାଙ୍କର ମୃତ୍ୟୁ ଘଟିଥିଲା।

 

Leave a Reply

Your email address will not be published. Required fields are marked *