
ଅଜଣା ଜନ୍ତୁ ଆକ୍ରମଣରେ ଛେଳି ଗୁଡିକ ମୃତ୍ୟ ଘଟିଥିବା ନେଇ ବନ ବିଭାଗ ସନ୍ଦେହ କରୁଥିବା ବେଳେ ସ୍ଥାନିୟ ସରପଞ୍ଚ ମମତା ମାଝି ବାଘ ଆକ୍ରମଣ କରିଥିବା ସୂଚନା ଦେଇଛନ୍ତି। ଅଞ୍ଚଳରେ କଲରାପତରିଆ ବାଘ ବୁଲୁଛି ବୋଲି ଗ୍ରାମବାସୀ କହିଛନ୍ତି । ଘଟଣା ସ୍ଥଳରେ ବନ ବିଭାଗ ଅଧିକାରୀମାନେ ପହଞ୍ଚି ତଦନ୍ତ କରି ଫେରିଛନ୍ତି। ବାଘ ନା ଅନ୍ୟ କୈାଣସି ଜନ୍ତୁ ଆକ୍ରମଣରେ ଛେଳି ମୃତ୍ୟୁ ଘଟିଥିବା ନେଇ ବନ ବିଭାଗ ସିସି କ୍ୟାମେରା ଲଗାଇ ଅନୁଧ୍ୟାନ କରୁଥିବା ଗୁଡାରି ରେଞ୍ଜର ଫରେଷ୍ଟର ନରସିଂହ ଶତପଥୀ କହିଛନ୍ତି।