
ମାତ୍ର ଘାସ କାଟିବା ଯନ୍ତ୍ରରେ ଘାସ କାଟିବାବେଳେ ତାଙ୍କୁ ବିଦ୍ୟୁତ୍ ଆଘାତ ଲାଗିଥିଲା । ଏହାଦେଖି ସକାଳୁ ମର୍ଣ୍ଣିଂ ଓ୍ବାକ୍ କରୁଥିବା କିଛି ଲୋକ ତାଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଏ ନେଇ ମୃତ ମହିଳାଙ୍କ ପରିବାର ଲୋକେ କ୍ଷତିପୂରଣ ଦାବି କରିଛନ୍ତି । ପୋଲିସ ଘଟଣାରେ ଅଧିକ ଛାନଭିନ୍ ଜାରି ରଖିଛି ।