
ଆବେଦନରେ ଯେଉଁ ଯୁବତୀଙ୍କ ସହ ତାଙ୍କ ନୂଆ ପ୍ରେମ ଗଢି ଉଠିଥିବା ନେଇ ଚର୍ଚ୍ଚା ହେଉଥିଲା ସେ ହେଉଛନ୍ତି ପ୍ରତ୍ୟୁଷା ନନ୍ଦ । ପୂର୍ବତନ ବାନ୍ଧବୀ ସୋମାଲିକା ଦାସ ଏହି ଯୁବତୀଙ୍କ ସହ ବିଜୟ ଶଙ୍କରଙ୍କ ସମ୍ପର୍କ ନେଇ ଅନେକ ଥର ଗଣମାଧ୍ୟମରେ ମୁହଁ ଖୋଲିଛନ୍ତି । ତେବେ ପୂର୍ବତନ ବାନ୍ଧବୀ ସୋମାଲିକା କୋର୍ଟରେ ବିଧାୟକ ବିଜୟ ଶଙ୍କରଙ୍କ ନାଁରେ କରିଥିବା ଅଭିଯୋଗରୁ କ୍ଲିନଚିଟ୍ ପାଇ ନାହାନ୍ତି । ହେଲେ ବିଜୟ ଶଙ୍କର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଆବେଦନ କରିଛନ୍ତି । ବିଜୟ ଶଙ୍କରଙ୍କ ପାଇଁ ଆଗକୁ ଅଡ଼ୁଆ ସୃଷ୍ଟି ହେବ କି ନାହିଁ ତାହା ଦେଖିବାକୁ ବାକି ରହିଲା ।