
ଚିତ୍ତରଂଜନ ତ୍ରିପାଠୀ ଏକାଧାରରେ ଜଣେ ଅଭିନେତା, ନାଟ୍ୟକର୍ମୀ ତଥା କାହାଣୀକାର, ଚିତ୍ରନାଟ୍ୟ ଲେଖକ, ଗାୟକ, ସଂଗୀତକାର, ନିର୍ଦ୍ଦେଶକ ଏବଂ ପ୍ରଯୋଜକ। ସେ ବହୁଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦେଇଥିଲେ। ସେ ଉଭୟ ଚଳଚ୍ଚିତ୍ରରେ ଅଭିନୟ ମଧ୍ୟ କରିଥିଲେ। ‘ଧଉଳି ଏକ୍ସପ୍ରେସ’ ଲାଗି ତାଙ୍କୁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା।
ସେ କେତେକ ହିନ୍ଦୀ ଚଳଚ୍ଚିତ୍ର, ଧାରାବାହିକ ଓ ୱେବସିରିଜରେ ମଧ୍ୟ ଅଭିନୟ କରି ଦର୍ଶକଙ୍କ ଦ୍ବାରା ଆଦୃତ ହୋଇଛନ୍ତି। ଏତଦ୍ ବ୍ୟତୀତ ସେ ବିଭିନ୍ନ ରାଜ୍ୟରେ ନିଜର ନାଟ୍ୟ ପ୍ରଶିଷଣ ଏବଂ ନାଟ୍ୟ କର୍ମଶାଳା ପାଇଁ ଲୋକପ୍ରିୟ ହୋଇଛନ୍ତି ।
ସୂଚନାଯୋଗ୍ୟ, ନ୍ୟାସନାଲ୍ ସ୍କୁଲ୍ ଅଫ୍ ଡ୍ରାମା ବିଶ୍ବର ଏକ ପ୍ରମୁଖ ଥିଏଟର ତାଲିମ ପ୍ରତିଷ୍ଠାନ ଭାବେ ଜଣାଶୁଣା। ସଂଗୀତ ନାଟକ ଏକାଡେମୀ ଦ୍ବାରା ଏହି ପ୍ରତିଷ୍ଠାନ ୧୯୫୯ ମସିହାରେ ପ୍ରତିଷ୍ଠା ହୋଇଥିଲା। ୧୯୭୫ ମସିହାରେ ଏହା ଏକ ସ୍ବୟଂଶାସିତ ସଂସ୍ଥା ଭାବରେ ପରିଣତ ହୋଇଥିଲା ଏବଂ ୧୮୬୦ର ସୋସାଇଟିସ୍ ରେଜିଷ୍ଟ୍ରେସନ୍ ଆକ୍ଟ ୨୧ ଅନୁଯାୟୀ ଏକ ସ୍ୱୟଂଶାସିତ ସଂଗଠନ ଭାବରେ ପଞ୍ଜୀକୃତ ହୋଇଥିଲା ।