
ସେହିପରି ଯଶିପୁର ପଟରୁ ମଧ୍ୟ ଅଭୟାରଣ୍ୟର ଅନ୍ୟ ଏକ ଗେଟ ଖୋଲାଯାଇଛି । ଚଳିତ ବର୍ଷ ଅଧିକ ସଂଖ୍ୟକ ପର୍ଯ୍ୟଟକ ଆସିବାର ଆଶା ରଖିଛନ୍ତି ଶିମିଳିପାଳ କର୍ତ୍ତୃପକ୍ଷ । ଶିମିଳିପାଳ ଅଭୟାରଣ୍ୟ ଖୋଲିବାର ପ୍ରଥମ ଦିନରେ ଶିମିଳିପାଳରେ ପର୍ଯ୍ୟଟକଙ୍କ ଭିଡ଼ ହୋଇଛି । ଅଭୟାରଣ୍ୟକୁ ପ୍ଲାଷ୍ଟିକ ମୁକ୍ତ ରଖିବାକୁ ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପର୍ଯ୍ୟଟକମାନଙ୍କୁ ପରାମର୍ଶ ଦେଇଛନ୍ତି ।