
ତେବେ ଏହି ଅବପାତ ବାତ୍ୟା ରୂପ ନେବ କି ନାହିଁ, ସେ ସଂପର୍କରେ ଆଇଏମଡି ପକ୍ଷରୁ କିଛି କୁହାଯାଇନାହିଁ । ତେବେ ଏହା ଛୋଟକାଟିଆ ବାତ୍ୟା ରୂପ ନେଇପାରେ ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ପୂର୍ବରୁ ପୂର୍ବାନୁମାନ କରିସାରିଛି ।
ଏହି ଅବପାତର ପ୍ରଭାବରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶାର ଜିଲ୍ଲା ଏବଂ ମୟୁରଭଞ୍ଜ, କକନ୍ଦୁଝର, ଅନୁଗୁଳ, କେଙ୍କାନାଳ, କବୌଦ୍ଧ ,କନ୍ଧମାଳ, ରାୟଗଡା, କକାରାପୁଟ ଏବାଂ ମାଲକାନଗିରି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଏହି ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବୋହିବ ଓ ୬୫ କିଲୋମିଟର ବେଗରେ ଝଟକା ଦେବ । ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।