
ବେଶ୍ କିଛି ଘଣ୍ଟାର ବୈଠକ ପରେ ଓଡ଼ିଶା ଚଳଚ୍ଚିତ୍ର ନିଗମ ଅଧ୍ୟକ୍ଷ କୁନା ତ୍ରିପାଠୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି କି ପ୍ରଯୋଜକ ଟୁଟୁ ନାୟକ ମନୋଜ ମିଶ୍ରଙ୍କ ଉପରୁ ଵ୍ୟାନ୍ ହଟାଇ ଦେବା ଲାଗି ରାଜି ହୋଇଛନ୍ତି। ଅନ୍ୟପଟେ ଅଭିନେତା ଅରିନ୍ଦମ କହିଛନ୍ତି ଯେ ମୋର ଫିଲ୍ମ ‘ରାମ୍’କୁ ବ୍ୟାନ କରିବାକୁ ଯେଉଁଭଳି ଉଦ୍ୟମ ହୋଇଥିଲା ସେଥିପାଇଁ ମୁଁ ପ୍ରଯୋଜକ ସଂଘ ପାଖକୁ ଏହି ଅଭିଯୋଗ ନେଇ ଯାଇଥିଲି ଓ ସେମାନେ ତା’ ପରେ ମନୋଜ ମିଶ୍ର ଉପରେ ବ୍ୟାନ ଲଗାଇଥିଲେ। ହେଲେ ଏହି ଘଟଣା ପରେ ବହୁ ଚେଷ୍ଟା କରିଛି ମନୋଜ ମିଶ୍ରଙ୍କ ସହ ଯୋଗାଯୋଗ କରି ସମାଧାନ ପାଇଁ। ମାତ୍ର ସେ ମେସେଜ୍ କିଂବା କଲର ଉତ୍ତର ଦେଇନାହାନ୍ତି। ଆଜି ଆମେ ସମସ୍ତେ ଆସି ଆଲୋଚନା କଲୁ ଓ ବ୍ୟାନ୍ ଉଠାଇବାକୁ ବି ରାଜି ହେଲୁ। ସେହିପରି ଏହି ବୈଠକରେ ଯୋଗ ଦେଇଥିବା ରାଜ୍ୟ ସିନେ କଳାକାର ସଂଘ ସମ୍ପାଦକ ଶ୍ରୀତମ ଦାସ କହିଛନ୍ତି ପ୍ରଯୋଜକ ସଂଘ ପକ୍ଷରୁ ଆଜି ଏଠାରେ ଉପସ୍ଥିତ ଥିବା ସଦସ୍ୟ ମନୋଜ ମିଶ୍ରଙ୍କ ଉପରୁ ବ୍ୟାନ୍ ହଟାଇବା ପାଇଁ ରାଜି ହୋଇଛନ୍ତି।