Spread the love

 

ଭୁବନେଶ୍ୱର:ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ନଭେମ୍ବର ୧୪ ତାରିଖ ସୁଦ୍ଧା ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ଏହା ନଭେମ୍ବର ୧୬ ତାରିଖ ସୁଦ୍ଧା କେନ୍ଦ୍ରୀୟ-ଦକ୍ଷିଣ ବଙ୍ଗୋପ ସାଗରରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଘନୀଭୂତ ହେବା  ପୂର୍ବରୁ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ବୋଲି ଶନିବାର ପାଣିପାଗ ବିଭାଗ ଆଇଏମଡି ପକ୍ଷରୁ କୁହାଯାଇଛି ।

ଏହାର ପ୍ରଭାବରେ ନଭେମ୍ବର ୧୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।  ବିଶେଷକରି ଦକ୍ଷିଣ ଉପୂକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡା ସମେତ ଉତ୍ତର ଉପୂକୂଳରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

ସେହିପରି ନଭେମ୍ବର ୧୬ ତାରିଖରେ ଉପକୂଳ ଓଡ଼ିଶାର କିଛି ଅଞ୍ଚଳ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, କୋରାପୁଟ ଏବଂ ମାଲକାନଗିରିର କେତେକ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ସହ ସ୍ଥାନେ ସ୍ଥାନେ ଘଡଘଡି ସହ ବର୍ଷା ହୋଇପାରେ ।

ପରବର୍ତ୍ତୀ ୫ ଦିନରେ ରାତି ତାପମାତ୍ରାରେ ବଡ ଧରଣର ପରିବର୍ତ୍ତନ ଆସିବା ସମ୍ଭାବନା ରହିଛି । ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ଏହି ଅଞ୍ଚଳରେ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।

 

Leave a Reply

Your email address will not be published. Required fields are marked *