
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ କଟକ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହାଦ୍ବାରା ତିନୋଟି ବ୍ଲକ୍ର ଲୋକ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ । ବୈଦେଶ୍ବର ପ୍ରକଳ୍ପ ଦ୍ବାରା ବଡମ୍ବା, ବାଙ୍କୀ ଓ ଭାପୁର ବ୍ଲକ୍ର ଜନସାଧାରଣ ଉପକୃତ ହେବେ।