
ମୁଖ୍ୟମନ୍ତ୍ରୀ ଆଣିଥିବା ଶୋକ ପ୍ରସ୍ତାବକୁ ସମର୍ଥନ କଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ। ମାର୍କସବାଦୀ କମ୍ୟୁନିଷ୍ଟ ପାର୍ଟି ବିଧାୟକ ଲକ୍ଷ୍ମଣ ମୁଣ୍ଡା ମଧ୍ୟ ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ। ଶୋକ ପ୍ରସ୍ତାବକୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ବି ସମର୍ଥନ ଜଣାଇଥିଲେ। ଏହାସହ ବିଧାନସଭାରେ ବିବୃତି ରଖୁଥିବା ବେଳେ ଉଭୟ କୋଶଳୀ ଭାଷା ଏବଂ ଓଡ଼ିଆ ଭାଷାରେ ବିବୃତି ରଖି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ଗତକାଲି କୋଶଳୀ ଭାଷାରେ କହିବା ଲାଗି ବିଧାନସଭାରେ ସୁଯୋଗ ଦେବାକୁ ସର୍ବଦଳୀୟ ବୈଠକରେ କଂଗ୍ରେସ ବିଧାୟକ ଦଳ ନେତା ବାଚସ୍ପତିଙ୍କୁ ପ୍ରସ୍ତାବ ଦେଇଥିଲେ।
ବାଚସ୍ପତି ପ୍ରମିଳା ମଲ୍ଲିକ ଦିବଙ୍ଗତମାନଙ୍କ ସ୍ମୃତିଚାରଣ କରିଥିଲେ। ଏହାପରେ ସେମାନଙ୍କ ଉଦ୍ଦେଶ୍ୟରେ ଏକ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା। ଶେଷରେ ବାଚସ୍ପତି ଦିନକ ପାଇଁ ଗୃହର କାର୍ଯ୍ୟ ଆସନ୍ତାକାଲି ସାଢ଼େ ୧୦ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।