
ପହିଲି ପଞ୍ଚୁକରେ ବାବା ଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।
ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଲାଗି କରାଯିବ ଗଜଭୋଗ ଓ ତରଣ। ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦଯାପନ କରିଥାନ୍ତି।
ପଞ୍ଚୁକ ନିମନ୍ତେ ସକାଳୁ ସକାଳୁ ଧବଳେଶ୍ୱର ପୀଠରେ ପ୍ରବଳ ଭକ୍ତଙ୍କ ସମାଗମ ଆରମ୍ଭ ହୋଇଗଲାଣି। ଭକ୍ତମାନେ ଧାଡ଼ିରେ ଯାଇ ପ୍ରଭୁଙ୍କ ଦର୍ଶନ କରୁଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି।