Spread the love

 

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ୨୭ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ୨୬ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।

ଏହାର ପ୍ରଭାବରେ ୨୭ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆକଳ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଏହା ଆହୁରି ଘନୀଭୂତ ହୋଇ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ୨୯ତାରିଖ ବେଳକୁ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

 

Leave a Reply

Your email address will not be published. Required fields are marked *