
ସୂଚନାଯୋଗ୍ୟ, ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ତାଙ୍କ ନିଜ ବିରୁଦ୍ଧରେ ହୋଇଥିବା ମାମଲା ଖାରଜ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଆଇନଜୀବୀ ଡି ପି ଧଳ ଓ ଅଂଶୁମାନ ରାୟ ବିଧାୟକଙ୍କ ପକ୍ଷରୁ ମାମଲା ପରିଚାଳନା କରୁଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ ଯେ ୨୦୨୧ ଜାନୁଆରି ୨ ତାରିଖରେ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ତଦନ୍ତ କରି ପୁଲିସ ଯେଉଁ ଚାର୍ଜସିଟ ଦାଖଲ କରିଥିଲା ସେଥରୁ ତତ୍କାଳୀନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ନାମ ସ୍ଥାନ ପାଇ ନଥିଲା। ଏତଲାରେ ଶ୍ରୀ ଜେନାଙ୍କ ନାଁରେ ଅଭିଯୋଗ ଥିବା ବେଳେ ଚାର୍ଜସିଟରୁ କିନ୍ତୁ ତାଙ୍କୁ ବାଦ ଦିଆଯାଇଥିଲା। ପୁଲିସର ଚାର୍ଜସିଟ ବିରୋଧରେ ଶ୍ରୀ ବରାଳଙ୍କ ପକ୍ଷରୁ ପ୍ରୋଟେଷ୍ଟ ପିଟିସନ ସାଲେପୁର ଜେଏମଏଫସି ଅଦାଲତରେ ଦାଖଲ ହୋଇଥିଲା। ହାଇକୋର୍ଟ ୨୦୨୩, ନଭେମ୍ବର ୨ରେ ପ୍ରଦାନ କରିଥିବା ନିର୍ଦ୍ଦେଶର ସାର୍ଟିଫାଏଡ କପି ଶ୍ରୀ ଜେନାଙ୍କ ତରଫରୁ ଦାଖଲ କରାଯାଇଥିଲା। ହାଇକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୯କୁ ଧାର୍ଯ୍ୟ କରାଯାଇଥିଲା।