
କେନ୍ଦ୍ର କୀଡ଼ା ମନ୍ତ୍ରାଳୟ, ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟ ଓ ବିଭିନ୍ନ ସଂଗଠନ ପକ୍ଷରୁ ଆୟୋଜିତ ସ୍ୱାସ୍ଥ୍ୟ ଓ କ୍ରୀଡ଼ା ସଂପର୍କିତ ଅନ୍ତର୍ଜାତୀୟ ସମ୍ମିଳନୀର ଉଦ୍ଯାପନୀ ସମାରୋହରେ ଯୋଗଦେଇ ଏହା କହିଛନ୍ତି ଧର୍ମେନ୍ଦ୍ର। ସେ କହିଛନ୍ତି, ଜାତୀୟ ଶିକ୍ଷା ନୀତିରେ ୮ଟି ବିଷୟରେ କ୍ରୀଡ଼ା ଓ ଫିଜିକାଲ୍ ଏଜୁକେଶନ ବା ଶାରୀରିକ ଶିକ୍ଷାକୁ ମଧ୍ୟ ପ୍ରାଥମିକତା ଦିଆଯାଇଛି। ଏହାକୁ ଆଉ ଏକ୍ସଟ୍ରା କରିକୁଲାର୍ ନୁହେଁ, ଏକ ବିଧିବଦ୍ଧ ବିଷୟ ଭାବରେ ପିଲାମାନେ ପଢ଼ିବେ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।