Spread the love

 

ପୁଣି ମାରାତ୍ମକ ହେବ କି କରୋନା ? ଦେଶରେ ଗତ ୨୪ ଘଣ୍ଟାରେ ୬୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ। JN.1 ସବ ଭାରିଆଣ୍ଟ ଚିନ୍ତା ବଢାଇଥିବାବେଳେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ନୂଆ ସଂକ୍ରମିତଙ୍କୁ ମିଶାଇଲେ ବର୍ତ୍ତମାନ କୋଭିଡ ସକ୍ରିୟ ମାମଲା ୩୭୪୨ରେ ପହଞ୍ଚିଛି। କରୋନା କଡ଼ ଲେଉଟାଇବା ପରେ ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ ।

ଓଡ଼ିଶାରେ ଆଉ ଜଣେ କୋଭିଡ୍ ପଜିଟିଭ୍ ଚିହ୍ନଟ । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଛି । କୋଭିଡର ନୂଆ ଭାରିଆଣ୍ଟ JN.1ରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ଜଣେ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ।

Leave a Reply

Your email address will not be published. Required fields are marked *