
ଆସନ୍ତା ଜାନୁଆରୀ ୧ ତାରିଖ ସକାଳ ୯ ଟାରେ ଶ୍ରୀହରିକୋଟାସ୍ଥିତ ସତୀଶ ଧୱନ ସ୍ପେସ୍ ସେଣ୍ଟରରୁ ଛଡ଼ାଯିବ XPoSAT ସାଟେଲାଇଟ୍। ଏଥିରେ ଲାଗିଥିବା ଟେଲିସ୍କୋପ, ରମଣ ରିସର୍ଚ୍ଚ ଇଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଏହି ଉପଗ୍ରହକୁ ୬୫୦ କିଲୋମିଟର ଉଚ୍ଚରେ ନିୟୋଜିତ କରାଯିବ ବୋଲି ସୂଚନା ମିଳିଛି।
ଏହି ମିଶନ୍ ୨୦୧୭ରେ ISRO ଦ୍ୱାରା ଆରମ୍ଭ ହୋଇଥିଲା। ଏହି ମିଶନରେ ୯.୫୦ କୋଟି ଟଙ୍କା ନିବେଶ ହୋଇଛି । ଉତକ୍ଷେପଣର ପ୍ରାୟ ୨୨ମିନିଟ୍ ପରେ ଏକ୍ସପୋସ୍ୟାଟ୍ ସାଟେଲାଇଟ୍ ଏହାର ନିର୍ଦ୍ଦିଷ୍ଟ କକ୍ଷପଥରେ ନିୟୋଜିତ ହେବ। ଏହି ଉପଗ୍ରହର ଦୁଇଟି ପେଲୋଡସ୍ ଅଛି। ପ୍ରଥମଟି POLIX ଏବଂ ଦ୍ୱିତୀୟଟି XSPECT।