
ଏହି ସମ୍ମିଳନୀରେ ଜିଲ୍ଲା, ରାଜ୍ୟ ଓ ଜାତୀୟ ସ୍ତରର ପୁଲିସ ଓ ଗୁଇନ୍ଦା ଅଧିକାରୀମାନେ ଚିହ୍ନଟ ହୋଇଥିବା ବିଷୟବସ୍ତୁ ଉପରେ ବ୍ୟାପକ ଆଲୋଚନା କରିଛନ୍ତି। ଏହି ସମ୍ମିଳନୀରେ ପ୍ରତ୍ୟେକ ବିଷୟବସ୍ତୁ ଅଧୀନରେ ରାଜ୍ୟ/ କେନ୍ଦ୍ର ଶାସିତ ଅଞ୍ଚଳର ଶ୍ରେଷ୍ଠ ଅଭ୍ୟାସ ଉପସ୍ଥାପନ କରାଯିବ ଯାହା ଦ୍ୱାରା ରାଜ୍ୟମାନେ ପରସ୍ପରଠାରୁ ଶିଖିପାରିବେ । ୨୦୧୪ରୁ ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଗଭୀର ଆଗ୍ରହ ଦେଖାଇଛନ୍ତି। ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରତୀକାତ୍ମକ ଉପସ୍ଥିତି ଭଳି ନହୋଇ, ସେ ସମ୍ମିଳନୀର ସମସ୍ତ ପ୍ରମୁଖ ଅଧିବେଶନରେ ଉପସ୍ଥିତ ରହୁଛନ୍ତି । ପ୍ରଧାନମନ୍ତ୍ରୀ କେବଳ ଧୈର୍ଯ୍ୟର ସହ ସମସ୍ତ ସୂଚନା ଶୁଣନ୍ତି ନାହିଁ, ବରଂ ମୁକ୍ତ ଏବଂ ଅନୌପଚାରିକ ଆଲୋଚନାକୁ ମଧ୍ୟ ପ୍ରୋତ୍ସାହିତ କରନ୍ତି ଯାହା ଦ୍ୱାରା ନୂତନ ଚିନ୍ତାଧାରା ଆସିପାରିବ । ଚଳିତ ବର୍ଷର ସମ୍ମିଳନୀରେ ଜଳଖିଆ, ମଧ୍ୟାହ୍ନ ଭୋଜନ ଏବଂ ରାତ୍ରୀ ଭୋଜନ ସମୟରେ ଆଲୋଚନା କରିବାକୁ ମଧ୍ୟ ଯୋଜନା କରାଯାଇଛି। ଏହା ଦ୍ୱାରା ବରିଷ୍ଠ ପୋଲିସ ଅଧିକାରୀମାନେ ଦେଶକୁ ପ୍ରଭାବିତ କରୁଥିବା ପ୍ରମୁଖ ପୋଲିସିଂ ଏବଂ ଆଭ୍ୟନ୍ତରୀଣ ନିରାପତ୍ତା ପ୍ରସଙ୍ଗ ଉପରେ ସେମାନଙ୍କ ମତାମତ ଏବଂ ସୁପାରିଶ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନ କରିବାର ସୁଯୋଗ ପାଇବେ।
ଏହି ସମ୍ମିଳନୀରେ କେନ୍ଦ୍ର ଗୃହମନ୍ତ୍ରୀ, ଜାତୀୟ ସୁରକ୍ଷା ପରାମର୍ଶଦାତା, ଗୃହ ରାଷ୍ଟ୍ରମନ୍ତ୍ରୀ, କ୍ୟାବିନେଟ୍ ସଚିବ, ଭାରତ ସରକାରଙ୍କ ବରିଷ୍ଠ ଅଧିକାରୀ, ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ଡିଜିପି ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ ଓ କେନ୍ଦ୍ରୀୟ ପୁଲିସ ସଂଗଠନର ମୁଖ୍ୟମାନେ ଯୋଗଦେବେ।